ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ସମୀକ୍ଷା ବୈଠକ ଶେଷ

ଦିଲ୍ଲୀରେ ସରିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ରାଜ୍ୟର ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରକଳ୍ପ ସଂପର୍କରେ ଓଡ଼ିଶାର ଆବାସିକ କମିଶନର ରବିକାନ୍ତଙ୍କ ସହ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ବକେୟା ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ପ୍ରକଳ୍ପ ନେଇ ଆଲୋଚନା କରିଛନ୍ତି । ରାଜ୍ୟର ହିତ ସମ୍ବଳିତ ବିଭିନ୍ନ ଯୋଜନା ସମ୍ପର୍କରେ ବୈଠକରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଜାତୀୟ ରାଜପଥ ନିର୍ମାଣ, ରେଳପଥ ବିକାଶ ଓ ସମ୍ପ୍ରସାରଣ ବାବଦରେ ମଧ୍ୟ ଆଲୋଚନା ହୋଇଛି । ସେହିଭଳି ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ଯୋଗାଣ ଭଳି କିଛି ଗୁରୁତ୍ୱପର୍ଣ୍ଣ ପ୍ରସଙ୍ଗରେ ମୂଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି । ବୈଠକରେ ଫାଇଭ ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ ।

nis-ad
Leave A Reply

Your email address will not be published.