ସହୀଦଙ୍କ ପରିବାରଙ୍କୁ ଅନୁକମ୍ପା ସହାୟତା ରାଶି ଦଶଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର : ଯୁଦ୍ଧ ତଥା ଉଗ୍ର ବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କାରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସର ମାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହୀଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି ।

ପ୍ରାଥମିକ ଭାବରେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ ୨୦୧୦ ଓ ୨୦୧୨ ରେ ଏହାକୁ ଯଥା କ୍ରମେ ଦୁଇ ଲକ୍ଷ, ଓ ପାଞ୍ଚ ଲକ୍ଷ ଟଙ୍କା କୁ ବୃଦ୍ଧି କରାଯାଇଥିଲା ।

nis-ad
Leave A Reply

Your email address will not be published.