କରୋନା ଚିନ୍ତା: ଦିଲ୍ଲୀରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ୍ ଥିଲେ ମଧ୍ୟ ଦିଲ୍ଲୀ ଓ ଏହାର ନିକଟବର୍ତ୍ତୀ ଅଂଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ଦିଲ୍ଲୀରୁ ଉଭୟ ବିମାନ ଓ ରେଳପଥରେ ଆସୁଥିବା ଯାତ୍ରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖି ସର୍ଭିଲାନ୍ସ ବୃଦ୍ଧି କରିବାକୁ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି ।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଆରକେ ଶର୍ମା ଆଜି ଏନେଇ ସୂଚନା ଦେଇ କହିଛନ୍ତି ଯେ, ଦିଲ୍ଲୀ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଂଚଳରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ପ୍ରତ୍ୟେକ ଦିନ ଓଡ଼ିଶାକୁ ଉଭୟ ବିମାନ ଓ ରେଳରେ ଲୋକମାନେ ଆସୁଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ବିମାନ ବନ୍ଦର ଓ ରେଳ ଷ୍ଟେସନରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଠିକ୍ ଭାବେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ତଦାରଖ, ଯୋଜନା, ସମନ୍ୱୟ ଓ ଏହାକୁ କିପରି ଠିକ୍ ଭାବେ ଲାଗୁ କରାଯାଇ ପାରିବ ସେ ନେଇ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାଫଳରେ ରାଜ୍ୟରେ କୋଭିଡ୍ ସଂକ୍ରମଣ ବ୍ୟାପିବାକୁ ରୋକାଯାଇ ପାରିବ ବୋଲି ସେ କହିଛନ୍ତି ।

nis-ad
Leave A Reply

Your email address will not be published.