ସମ୍ଭାବ୍ୟ ବାତ୍ୟା ନେଇ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ: ଅଗ୍ନିଶମ ଡିଜି

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏହାସହିତ ପ୍ରତି ଜିଲ୍ଲାର ହେଡ କ୍ୱାର୍ଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ତେବେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି । ଆବଶ୍ୟକ ସରଞ୍ଜାମଗୁଡିକୁ ଯାଞ୍ଚ କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଅଗ୍ନିଶମ ଡିଜି ସୂଚନା ଦେଇଛନ୍ତି । ସେପଟେ ଏସଆରସିଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ବୈଠକ ବସିଥିଲା ।

nis-ad
Leave A Reply

Your email address will not be published.