କାଳବୈଶାଖୀ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ ରାୟଗଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ସହିତ ବଜ୍ରପାତ ସମ୍ଭାବନା ରହିଛି ।

କାଳବୈଶାଖୀ ହେବା ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ଘୂର୍ଣ୍ଣିଝଡ ହେବାର ସମ୍ଭାବନା ରହିଛି । ସେହିପରି ଦେବଗଡ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତର ଆଶଙ୍କା ରହିଛି ।

ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

nis-ad
Leave A Reply

Your email address will not be published.