ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ୍ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି ହୋଇଛି। ପ୍ରଚାର ତାଲିକାରେ ରହିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଟିଏସ. ସିଂ ଦେଓ । ସେହିପରି ବ୍ରଜରାଜନଜର ପାଇଁ ମୈଦାନକୁ ଓହ୍ଲାଇବେ ଯୁବ ନେତା କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ୱାନୀ।
ରାଜ୍ୟ କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର, ସହ-ପ୍ରଭାରୀ ଜି ରାଜୁ, ପସିିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଶରତ ପଟ୍ଟନାୟକ, ଜୟଦେବ ଜେନା, ମହମ୍ମଦ ମୋକିମ୍, ସନ୍ତୋଷ ସିଂ ସାଲୁଜା, ନରସିଂହ ମିଶ୍ର, ତାରାପ୍ରସାଦ ବାହିନୀପତି, ସୁରେଶ କୁମାର ରାଉତରାୟଙ୍କ ସମେତ ଅନ୍ୟ ନେତା ମଧ୍ୟ ପ୍ରଚାର କରିବେ।