ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୮୩୦୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୬ ରେ ପହଂଚିଛି । ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୯୮୭ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୩୮ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୫୩୦୨୫୧ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.