ଡ଼ାବୁଗାଁ ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ

ନବରଙ୍ଗପୁର(୨୩/୦୫) : ନବରଙ୍ଗପୁର ଜିଲ୍ଲା ର ଡାବୁଗାଁ ବ୍ଲକ ସ୍ତରୀୟ ଜନଶୁଣାଣୀ ଶିବିର ଆଜି ଡ଼ାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଡାବୁ ଗାଁ ପଞ୍ଚାୟତ ସମିତି ର ବିଭିନ୍ନ ଅଞ୍ଚଳ ରୁ ଆସିଥିବା ୬୬ ଜଣଙ୍କର ନାମ ପଞ୍ଜିକରଣ କରାଯାଇଥିଲା | ସେଥି ମଧ୍ୟରୁ ୪୪ଜଣଙ୍କର ବ୍ୟକ୍ତିଗତ ଆପତ୍ତି ଅଭିଯୋଗ ରହିଥିବାବେଳେ ୨୨ ଗୋଟି ଗୋଷ୍ଠୀଗତ ଥିଲା। ଏଥିରେ ପାନୀୟଜଳ, ସ୍ବାସ୍ଥ୍ୟ ସେବା, ରାସ୍ଥା ନିର୍ମାଣ, ବିଜୁଳି ସଂଯୁକ୍ତ କରଣ, ପ୍ରଧାନମନ୍ତ୍ରୀ ଆବାସ, ବାର୍ଦ୍ଧକ୍ୟ ଭତ୍ତା, ଟ୍ରାଫିକ ସମସ୍ୟା, ସ୍ତିରିଟଲାଇଟ୍, ଜମିଜମା ସଂକ୍ରାନ୍ତୀୟ ଇତ୍ୟାଦି ଅନ୍ତର୍ଭୁକ୍ତ।ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ, ପ୍ରକଳ୍ପ ନିର୍ଦ୍ଦେଶକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଶ୍ରୀ ରତ୍ନାକର ସାହୁ, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର କାଳୀ ପ୍ରସାଦ ବେହେରା, ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଶ୍ରୀ ଅଭିମନ୍ୟୁ ମାଝୀ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସ୍ମୃତି ରଞ୍ଜନ ସାମନ୍ତରାୟ, ଉପ ନିର୍ଦ୍ଦେଶକ ଉଦ୍ଦ୍ୟାନ୍ ବିଭାଗ ଶ୍ରୀ ପ୍ରଦୋଷ କୁମାର ପଣ୍ଡା, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ସ୍ଵର୍ଣ୍ଣ ଲତା ବିଶ୍ୱାସ, ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ, ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ, ତହସିଲଦାର, ପୋଲିସ ପ୍ରଶାସନ ପ୍ରମୁଖ ଯୋଗଦେଇଥିଲେ।

ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ବିଭିନ୍ନ ଆପତ୍ତି, ଅଭିଯୋଗ ନେଇ ଆସିଥିବା ଜନସାଧାରଣ ଙ୍କୁ ସିଧା ସଳଖ ଭେଟି ତାଙ୍କର ଆପତ୍ତି ଅଭିଯୋଗ ଶୁଣି ଏଥି ସମ୍ବନ୍ଧିତ ପତ୍ର ତାଙ୍କ ଠାରୁ ଗ୍ରହଣ କରି ଏହାର ସମାଧାନ ପାଇଁ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଡକ୍ଟର ମିଶ୍ର ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ଜିଲ୍ଲା ସମାଜ ସୁରକ୍ଷା ବିଭାଗ ତରଫରୁ ୪ ଜଣ ଦିବ୍ୟାଙ୍ଗ ବ୍ୟକ୍ତି ଙ୍କୁ ଟ୍ରାଏ ସାଇକଲ ,ଜଣକୁ ହୁଇଲ ଚେଆର, ୫ ଜଣଙ୍କୁ ପି ଡବ୍ଲୁ ଡି,ଜଣ ଙ୍କୁ ତୃତୀୟ ଲିଙ୍ଗ ପ୍ରମାଣ ପତ୍ର ଜିଲ୍ଲାପାଳ ଡକ୍ଟର ମିଶ୍ର, ଆରକ୍ଷୀ ଅଧିକ୍ଷକ ଏସ, ସୁଶ୍ରୀ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।

nis-ad
Leave A Reply

Your email address will not be published.