ରାଜ୍ୟର ୧୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି ।

ଘୂର୍ଣ୍ଣିଝଡ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କାଳବୈଶାକୀ ସମୟରେ ବଜ୍ରପାତ ହେବାର ଆଶଙ୍କା ଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି । ସେହିପରି ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଯାଜପୁର ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ବାକି ଜିଲ୍ଲାରେ ପାଗ ଶୁଖିଲା ହେବାର ସମ୍ଭାବନା ରହିଛି ।

nis-ad
Leave A Reply

Your email address will not be published.