ପୁରୀ: ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସ୍ନାନବେଦୀର ମରାମତି ହେବ। ତେବେ ମରାମତି ହେବା ନେଇ ଏଏସ୍ଆଇ ସହ ଆଲୋଚନା ହୋଇଛି ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।
ସେହିପରି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ବୁଧବାର ଦ୍ବିତୀୟ ରଥଯାତ୍ରା ସମନ୍ବୟ ବୈଠକ ଅନୁଷ୍ଠିତ ହେବ । ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ଅନ୍ୟାନ୍ୟ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ।