୫୩୨ଟି ସ୍କୁଲର ରୂପାନ୍ତରଣ । ଦ୍ୱିତୀୟ ପର୍ଯ୍ୟାୟରେ ୫୩୨ଟି ସ୍କୁଲର ରୂପାନ୍ତରଣ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ କାର୍ଯ୍ୟକ୍ରମର ଉଦ୍ଘାଟନ କରିଛନ୍ତି । ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୫୩୨ଟି ସ୍କୁଲ ସାମିଲ ହୋଇଛି । ସେଥିରୁ ମୟୂରଭଞ୍ଜର ୩୩୯, ସୋନପୁରର ୪୧, ବୌଦ୍ଧର ୨୪, ମାଲକାନଗିରିର ୪୭ ଓ ଖୋର୍ଦ୍ଧା ଜିଲ୍ଲାର ୮୧ଟି ସ୍କୁଲ ରହିଛି।
ମୟୂରଭଞ୍ଜର ୨ଟି ମ୍ୟୁନିସିପାଲଟି, ୨ଟି ଏନ୍ଏସି ଓ ୨୬ଟି ବ୍ଲକର ୩୩୯ଟି ରୁପାନ୍ତରିତ ହୋଇଛି । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧ ହଜାର ୭୫ଟି ସ୍କୁଲର ରୂପାନ୍ତରଣ ହୋଇଛି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।
ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।
ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି ଅବସରରେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ସୁଦାମ mandri ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଓ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସାଂସଦ ଶ୍ରୀ ରମେଶ ମାଝୀ ଓ ବିଧାୟକ ଶ୍ରୀ ପ୍ରଦୀପ ଅମାତ ପ୍ରମୁଖ ଉଦବୋଧନ ଦେଇ 5T school transformation ପିଲାଙ୍କ ଭିତରେ କିପରି ଉତ୍ସାହ ସୃଷ୍ଟି କରିଛି ତା ଉପରେ ଆଲୋକପାତ କରିଥିଲେ .
ମୟୁରଭଞ୍ଜ ରୁ ପୁର୍ଣିମା., ସୋନପୁର ରୁ ମୌସୁମୀ ବୌଦ ରୁ ରାଜଶ୍ରୀ ମାଲକାନଗିରି ରୁ ହିତାକାଂକ୍ଷୀ ଓ ଖୁରଧା ରୁ ପର୍ଶୁରାମ ଆଦି ଛାତ୍ର ଛାତ୍ରୀ ମାନେ ସେମାନଙ୍କ ବକ୍ତବ୍ୟ ରେ ସ୍କୁଲ transformation କିପରି ସେମାନଙ୍କ ମନରେ ଆଶା ଓ ବିଶ୍ୱାସ ଭରି ଦେଇଛି ତାହା ବର୍ଣନା କରିବା ସହିତ ସେମାନଙ୍କ ସ୍କୁଲ ଏବେ ଭୁବନେଶ୍ୱର ର ସ୍କୁଲ ମାନଙ୍କ ଠାରୁ କିଛି କମ ନୁହେଁ ବୋଲି ଆନନ୍ଦ ପ୍ରକାଶ କରିଥିଲେ.
ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।