୩ ବିଜେଡି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ

ଭୁବନେଶ୍ୱର: ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ବିଜେଡି ପ୍ରାର୍ଥୀ। ସୁଲତା ଦେଓ, ମାନସ ମଙ୍ଗରାଜ ଓ ସଶ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ଦିନ ୧୧ ଟାରୁ ୩ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଅବଧି ରହିଥିଲା । ଅବଧି ସମୟ ଶେଷ ହେବା ପରେ ୩ ପ୍ରାର୍ଥୀଙ୍କୁ ବିଜୟୀ ଘୋଷଣା କରିଛନ୍ତି ରିଟର୍ଣ୍ଣିଂ ଅଫିସର।

ରାଜ୍ୟସଭା ପାଇଁ ବିରୋଧୀଙ୍କ ପାଖରେ ଆବଶ୍ୟକ ସଂଖ୍ୟା ନ ଥିବାରୁ ବିଜେପି କି କଂଗ୍ରେସ କେହି ପ୍ରାର୍ଥୀ ଦେଇନଥିଲେ। ଏଣୁ ବିଜେଡି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ।

nis-ad
Leave A Reply

Your email address will not be published.