ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ୫ଟି ଜିଲ୍ଲାର ୫୩୧ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ପିଲାଙ୍କ ବ୍ୟକ୍ତିତ୍ବର ବିକଶରେ ସହାୟକ ହୋଇଛି ସ୍କୁଲ ରୂପାନ୍ତର, ସ୍କୁଲ ଜୀବନ ଶ୍ରେଷ୍ଠ ସମୟ. ଏହାର ସଠିକ ଉପଯୋଗ କରି ଉଜ୍ୱଳ ଭବିଷ୍ୟତ ଗଠନ ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର : ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ପାଠ ସହ ଖେଳ ଆଦି creative talent ର ବିକାଶ ପାଇଁ ସୁଯୋଗ ଆଣିଛି..ସେମାନଙ୍କ ବ୍ୟକ୍ତିତ୍ବକୁ ମଧ୍ୟ ବିକଶିତ କରି ବାରେ ବିଶେଷ ସହାୟକ ହୋଇଛି ବୋଲି ଛାତ୍ର ଛାତ୍ରୀ ମାନେ ମତ ଦେଇଥିଲେ.। ଆଜି ଦ୍ବିତୀୟ ପର୍ଯ୍ୟାୟର ଦ୍ବିତୀୟ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଆନନ୍ଦ ଉତ୍ସାହ ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି । ସମସ୍ତେ ସ୍କୁଲର ରୂପାନ୍ତରରେ ଖୁସି ହେବା ସହିତ ନିଜ ନିଜର ଭବିଷ୍ୟତକୁ ନେଇ ଅଧିକ ଆତ୍ମବିଶ୍ବାସର ସହ ନିଜର ଭାବନାକୁ ପ୍ରକାଶ କରିଛନ୍ତି।

ଏହି ଅବସରରେ ଆଲୋଚନାରେ ଭାଗ ନେଇ ଢେଙ୍କାନାଳରୁ ତ୍ରିଶା ପ୍ରିୟଦର୍ଶିନୀ,ଗଞ୍ଜାମରୁ ଅର୍ପିତା ଚୌଧୁରୀ , କନ୍ଧମାଳରୁ ସୋନାଲି କହ୍ନର ନବରଂଗପୁରରୁ ଜୁଇସ ସୁନା . ଓ ଅନୁଗୁଳରୁ ବିଷ୍ଣୁ ପ୍ରସାଦ ଚଇନି ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲା ୫୩୧ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଢେଙ୍କାନାଳ ଜିଲ୍ଲାର ୧୦୫ଟି ହାଇସ୍କୁଲ, ଗଞ୍ଜାମର ୨୩୦ଟି, କନ୍ଧମାଳର ୭୩ଟି, ନବରଂଗପୁରର ୭୩ଟି ଓ ଅନୁଗୁଳ ଜିଲ୍ଲାର ୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି.

ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମନ ଓ ମାନସିକତା ଉପରେ ମଧ୍ୟ ଗଭୀର ପ୍ରଭାବ ପକାଇଛି । ସେମାନଙ୍କ ବ୍ୟକ୍ତିତ୍ବକୁ ମଧ୍ୟ ବିକଶିତ କରୁଛି । ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ. ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ. ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ ବିଧାୟକ ଶ୍ରୀ ଅଙ୍ଗଦ କାହ୍ନର ଓ ବିଧାୟକ ଶ୍ରୀ ମନୋହର ରନ୍ଧାରୀ ପ୍ରମୁଖ ଉଦବୋଧନ ଦେଇ ମାନବ ସମ୍ବଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଏହି ଦୂରଦର୍ଶୀ ପଦକ୍ଷେପ ର ଉଚ୍ଚ ପ୍ରଶଂସା କରିଥିଲେ .

ମୁଖ୍ୟମନ୍ତ୍ରୀ ଙ୍କ ସହ ଆଲୋଚନା ସମୟରେ ନବରଙ୍ଗପୁର ର ଜଣେ ଛାତ୍ରୀ ଜୁଇସ ସୁନା ପିଲାଙ୍କ ଗମନାଗମନ ଅସୁବିଧା ଵିଷୟରେ ଦୃଷ୍ଟି ଆକର୍ଷଣ କରିଥିଲେ . ପିଲାଙ୍କ ସୁବିଧା ପାଇଁ ଅଧିକ ହଷ୍ଟେଲ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ.

ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ.

ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର . ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ .

Acs ପଞ୍ଚାୟତ୍ତିରାଜ ଓ ପାନୀୟ ଜଳ ବିଭାଗ ଶ୍ରୀ ମୀନା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପ୍ରିନସିପାଲ ସେକ୍ରେଟାରୀ SC/ST DEVRLOPMENT ଶ୍ରୀମତୀ ରଞ୍ଜନା ଚୋପ୍ରା ଧନ୍ୟବାଦ ଦେଇଥିଲେ.

nis-ad
Leave A Reply

Your email address will not be published.