ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୬ଜିଲ୍ଲା ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଷ୍ଟେଟପୁଲରୁ ଆଜିର ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ଜିଲ୍ଲାରୁ କୌଣସି ପଜିଟିଭ୍‌ ମାମଲା ଆସିନାହିଁ ।

ଖୋର୍ଦ୍ଧାରୁ ସର୍ବାଧିକ ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡ଼ା, କଟକ, ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ରାଜ୍ୟରେ ଆଉ ୧୩ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ୭୯ଜଣ ରହିଛନ୍ତି ।

nis-ad
Leave A Reply

Your email address will not be published.