ମନ୍ତ୍ରୀମଣ୍ଡଳରେ ହେବ ପରିବର୍ତ୍ତନ! ମନ୍ତ୍ରିମଣ୍ଡଳର ସବୁ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ବିଜେଡି ସରକାରର ପଂଚମ ପାଳିର ତୃତୀୟ ବର୍ଷ ପୂର୍ତ୍ତିକୁ ସପ୍ତାହ ନପୁରୁଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମନ୍ତ୍ରିମଣ୍ଡଳର ସବୁ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀମାନେ ନିଜ ନିଜର ଇସ୍ତଫା ପତ୍ର ନବୀନଙ୍କୁ ଦେଇଥିବାବେଳେ ଆସନ୍ତା ୨-୩ ଦିନ ମଧ୍ୟରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ ବୋଲି ଜଣାପଡ଼ିଛି ।

ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ମନ୍ତ୍ରୀଙ୍କୁ ତୁରନ୍ତ ନିଜର ଇସ୍ତଫା ପତ୍ର ପଠାଇବାକୁ ଆଜି ସକାଳେ ନିର୍ଦ୍ଦେଶ ଦିଆଯାଇଥିଲା । ମନ୍ତ୍ରୀମାନେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇ ସାରିଥିବାବେଳେ ଆସନ୍ତା ୨-୩ ଦିନ ମଧ୍ୟରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ ବୋଲି ଜଣାପଡ଼ିଛି । ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୦ତାରିଖରୁ ବିଦେଶ ଗସ୍ତରେ ଯାଉଥିବାରୁ ତା’ର ଯଥେଷ୍ଟ ପୂର୍ବରୁ ଏହି ମନ୍ତ୍ରିମଣ୍ଡଳ ଗଠନ ହେବାର ସମ୍ଭାବନା ରହିଛି।

nis-ad
Leave A Reply

Your email address will not be published.