ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ। ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ, ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।

ସୂଚନା ଅନୁଯାୟୀ, ସୂର୍ଯ୍ୟ ପାତ୍ର କିଡନୀ ରୋଗରେ ଚିକିତ୍ସା ହେଉଥିବା ସୂଚନା ମିଳିଛି । ଏହା ସହ ତାଙ୍କ ବାମ ଆଖିରେ ମଧ୍ୟ ସଂକ୍ରମଣ ହୋଇଥିବା ଜଣାପଡ଼ିଛି । ଶନିବାର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ଯ୍ୟ ନାରାୟଣ ପାତ୍ର । ଉପବାଚସ୍ପତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ । ଅସୁସ୍ଥତା କାରଣରୁ ସେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ନେଇ ତାଙ୍କ ପୁଅ ବିପ୍ଳବ ପାତ୍ର ସୂଚନା ଦେଇଥିଲେ।

nis-ad
Leave A Reply

Your email address will not be published.