ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ଜନ୍ମ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ଆଜି ୯୧ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲଆଇସି ଅଫିସ ଛକ ସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି ।

ନନ୍ଦିନୀ ଦେବୀ ସ୍ମୃତି କମିଟି ପକ୍ଷରୁ ଆୟୋଜିତ ଶ୍ରଦ୍ଧାଞ୍ଜଳୀ ଓ ସ୍ମୃତିଚାରଣ କାର୍ଯ୍ୟକ୍ରମରେ ଦଳମତ ନିର୍ବିଶେଷରେ ବହୁ ନେତା ଓ ଅନୁଗାମୀ ଉପସ୍ଥିତ ରହି ସ୍ୱର୍ଗତଃ ନେତାଙ୍କୁ ଶ୍ରଦ୍ଧାସୁମନ ଜ୍ଞାପନ କରିଥିଲେ ।

ଏହି ଅବସରରେ ନନ୍ଦିନୀ ଦେବୀଙ୍କ ସୁପୁତ୍ର ତଥା ପୂର୍ବତନ ସାଂସଦ ତଥାଗତ ଶଥପତି, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମେୟର ସୁଲୋଚନା ଦାସ, ବିଧାୟକ ଶଶୀଭୂଷଣ ବେହେରା, ଅନନ୍ତ ନାରାୟଣ ଜେନା, ରମେଶ ସାଏ, ସୁରେଶ କୁମାର ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।

nis-ad
Leave A Reply

Your email address will not be published.