ଭୁବନେଶ୍ବର IITରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାୟୀ କ୍ୟାମ୍ପସ୍‌ର ଭୂମିପୂଜନ

ଖୋର୍ଦ୍ଧା : ଭୁବନେଶ୍ବର IITର ଅରଗୁଳ କ୍ୟାମ୍ପସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅରଗୁଳ କ୍ୟାମ୍ପସରେ ଅସ୍ଥାୟୀ କେନ୍ଦ୍ରୀୟ ବିଦ୍ୟାଳୟର କ୍ୟାମ୍ପସକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି । ଏହାସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସର ଭୂମି ପୂଜା କରିଛନ୍ତି ।

ଏନେଇ କ୍ୟାମ୍ପସରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହାସହ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଆଇଆଇଟି ଡାଇରେକ୍ଟର ଭି.କେ. ତିୱାରୀ ପ୍ରମୁଖ ଉପସ୍ଥିତ ଥିଲେ ।

nis-ad
Leave A Reply

Your email address will not be published.