୧୩ରେ ବାଲେଶ୍ୱର ଇମାମୀ-କିସ୍‍ ଆବାସିକ ବିଦ୍ୟାଳୟ ଉଦ୍‍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ୍‍ ଅନ୍ତର୍ଗତ ଆରମଳାଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‍ର ନୂତନ ଶାଖା ଇମାମି-କିସ୍‍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଉଦ୍‍ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ବିଭାଗ ରାଷ୍ଟ୍ରମନ୍ତ୍ରୀ (ସ୍ୱା) ଅଶ୍ୱିନୀ କୁମାର ପାତ୍ର, ବାଲେଶ୍ୱର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, କନ୍ଧମାଳ ସାଂସଦ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, ରେମୁଣା ବିଧାୟକ ଶ୍ରୀଯୁକ୍ତ ସୁଧାଂଶୁ ଶେଖର ପରିଡ଼ା, ଇମାମି ଗ୍ରୁପ୍‍ର ପ୍ରତିଷ୍ଠାତା ତଥା ଯୁଗ୍ମ ଅଧ୍ୟକ୍ଷ ଶ୍ରୀଯୁକ୍ତ ଆର୍‍. ଏସ୍‍. ଅଗ୍ରୱାଲ୍‍ ଏବଂ ଇମାମି ଗ୍ରୁପ୍‍ର ସହ-ପ୍ରତିଷ୍ଠାତା ତଥା ଯୁଗ୍ମ ଅଧ୍ୟକ୍ଷ ଆର. ଏସ୍‍. ଗୋଏଙ୍କା ପ୍ରମୁଖ ଯୋଗଦେବେ ।

ଏହି ବିଦ୍ୟାଳୟ ପାଇଁ ଜମି କ୍ରୟଠାରୁ ଆରମ୍ଭ କରି ଭିତ୍ତିଭୂମି ବିକାଶ, ସବୁଜ ବଳୟ ସୃଷ୍ଟି, ପାଚେରୀ ନିର୍ମାଣ, ମେକାନାଇଜ୍‍ଡ ରୋଷଶାଳା, ୨୫ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା, ଆସବାବପତ୍ର ଓ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ସମେତ ୧ଲକ୍ଷ୨୦ହଜାର ବର୍ଗଫୁଟ ଅଞ୍ଚଳରେ ଭିତ୍ତିଭୂମି ନିର୍ମାଣରେ ମୋଟ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏଥିରୁ ଇମାମି ଗ୍ରୁପ୍‍ ୧୪ କୋଟି ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେଇଥିବା ବେଳେ ବାକି ୩୬ କୋଟି ଟଙ୍କା କିଟ୍‍ ତରଫରୁ ଖର୍ଚ୍ଚ କରାଯାଇଛି ।

nis-ad
Leave A Reply

Your email address will not be published.