ଭିଜୟୱାଡା ରୁ ଭବାନୀପାଟଣା ଆସୁଥିବା ବସ ଦୁର୍ଘଟଣା : ୫ମୃତ ୩୦ଆହତ…

ମାଲକାନଗିରି : ଆନ୍ଧ୍ର-ଓଡ଼ିଶା ସୀମାନ୍ତ ବଡୁଗୁଡାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ ଓଲଟି ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୦ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଭଦ୍ରାଚଳମ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତକ ଓଡ଼ିଶାର ହୋଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ଆଜି ଭୋରରୁ ବିଜୟୱାଡାରୁ ଭବାନୀପାଟଣା ଆସୁଥିବା ଘରୋଇ ବସ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଫଳରେ ଘଟଣା ସ୍ଥଳରେ 3 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଡାକ୍ତରଖାନାରେ ୨ଜଣକ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଶିଶୁ ଥିବା ମଧ୍ୟ ଜଣାପଡ଼ିଛି । ଏବେବି ୬ ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି । ବସରେ ମୋଟ ୪୦ ଜଣ ଯାତ୍ରୀ ଥିଲେ । ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି ରଖିଛି ।

nis-ad
Leave A Reply

Your email address will not be published.