କୋରାପୁଟରେ ସର୍ବାଧିକ ୭୬ ମିମି ବର୍ଷା ରେକର୍ଡ

ଭୁବନେଶ୍ବର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶା କିଛି ସ୍ଥାନରେ ବର୍ଷା ହେଉଛି । କୋରାପୁଟରେ ସର୍ବାଧିକ ୭୬ ମିମି ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୩ ଦିନରେ ମୌସୁମୀ ଆହୁରି ଅଗ୍ରଗତି କରି ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼ର ଆଉ କିଛି ଅଂଶ, ବିଦର୍ଭ ଓ ଆନ୍ଧ୍ରପ୍ରଦେଶର ଅବଶିଷ୍ଟ ଅଂଶକୁ ଛୁଇଁବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି ।

ତେବେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା ଅଧିକାଂଶ ଅଂଚଳ, ଉପକୂଳ ଓଡ଼ିଶାର କିଛି ଅଂଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଯାଜପୁର, କେନ୍ଦୁଝର,ଢେଙ୍କାନାଳ, କଟକ ଓ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ବିଭାଗ ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି ।

ପରବର୍ତ୍ତୀ ୨୪ ଘଣ୍ଟାରେ ରାଜ୍ୟର ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼,ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ସୋନପୁର, କଟକ, ଭଦ୍ରକ, ବାଲେଶ୍ବର, ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି ।

nis-ad
Leave A Reply

Your email address will not be published.