ରାଜ୍ୟରେ ଆଉ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହୋଇଛି। ଦିନକରେ ଆଉ ୩୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୩ ଜିଲ୍ଲା ଓ ଷ୍ଟେଟ ପୁଲରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୮୦୦କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭ ଜଣ ଆକ୍ର​‌ନ୍ତ ଚିହ୍ନଟ ହୋଇଛନ୍ତି ।​

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୧ ଜଣ ସୁସ୍ଥ ହୋଇଛନ୍ତି । ଏଥି ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୪୧୯ରେ ପହଞ୍ଚିଛି। ରାଜ୍ୟର ୨୭ ଜିଲ୍ଲା କରୋନା ମୁକ୍ତ ରହିଛି । ଅନ୍ୟପକ୍ଷରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨ ରହିଛି।

nis-ad
Leave A Reply

Your email address will not be published.