ରାଜ୍ୟରେ ଆଜି ୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ଶିଶୁ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଓ ଷ୍ଟେଟ ପୁଲ୍ ରୁ ୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୮୫୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୪୩୩ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୩୯ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୯୪୮୫୬୯ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.