ରାଜ୍ୟର ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ମୌସୁମୀ ଅଗ୍ରସର ପାଇଁ ବାଟ ଫିଟାଉଛି ପ୍ରାକ-ମୌସୁମୀ ବର୍ଷା । ଆଜିଠାରୁ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ୭ ରୁ ୧୧ ସେମି ଓ ଆଉ କିଛି ସ୍ଥାନରେ ୧୧ ରୁ ୨୦ ସେମି ବର୍ଷା ସମ୍ଭାବନା ରହିଛି । ଏ ନେଇ ଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ରାଜ୍ଯରେ ଅତି ପ୍ରବଳ ବର୍ଷା ନେଇ ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ ଓ ମୟୁରଭଞ୍ଜକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ୩ ଦିନ ତଳେ ଓଡିଶା ଛୁଇଁଥିବା ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ ଅନୁକୂଳ ରହିଛି । ୨ ରୁ ୩ ଦିନ ମଧ୍ୟରେ ଓଡ଼ିଶାର ଅନ୍ୟ ଅଞ୍ଚଳକୁ ଛୁଇଁବ ମୌସୁମୀ ।

nis-ad
Leave A Reply

Your email address will not be published.