ରାଜ୍ୟରେ ଆଉ ୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ଶିଶୁ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ ରୁ ୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୮୯୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୪୫୧ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୬୭ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୯୫୮୪୧୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.