ଖାଦ୍ୟ ଓ ଯୋଗାଣ ବିଭାଗର ସିଏସ୍‌ଓଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ବର : ରାଜ୍ଯ ଖାଦ୍ୟ ଓ ଯୋଗାଣ ବିଭାଗର ସିଏସ୍‌ଓ ଅନାଦି ଚରଣ ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ହୋଇଛି । ଏହି ଚଢାଉରେ ୪ ଜଣ ଡିଏସ୍‌ପି, ୮ ଜଣ ଇନସ୍ପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।

ସୂଚନା ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖାଦ୍ୟ ଓ ଯୋଗାଣ ବିଭାଗ ସିଏସଓ ଅନାଦି ଚରଣ ସେଠୀ ଘରେ ଭିଜିଲାନ୍ସ ରେଡ୍ କରିଛି । ଅନାଦିଙ୍କ ଛତ୍ରପୁରରେ ଥିବା ଦ୍ବିମହଲା ଘର, ଛତ୍ରପୁରର ରାମ ନଗରରେ ଅବସ୍ଥିତ ମାର୍କେଟ କମ୍ପ୍ଲେକ୍ସ, ବ୍ରହ୍ମପୁରର ଖାରବେଳ ନଗରରେ ଅବସ୍ଥିତ ଦୁଇମହଲା କୋଠା, ରାଜଧାନୀର ଚନ୍ଦ୍ରଶେଖରପୁରଠାରେ ତାଙ୍କ ପୁଅ ସୌମ୍ୟରଂଜନ ବେହେରା ରହୁଥିବା ମା ରେସିଡେନ୍ସି ଓୟେ ହୋଟେଲ ଓ ବାଲେଶ୍ବର ଅଙ୍ଗରାଗଡିଆରେ ଅବସ୍ଥିତ ତାଙ୍କ ବଡ଼ ଝିଅ ଡକ୍ଟର ନିବେଦିତା ବେହେରାଙ୍କ ଆବାସିକ ଘରେ ଏକକାଳୀନ ଚଢ଼ାଉ ଜାରି ରହିଛି।

ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ତାହା ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ । ଚଢାଉ ଶେଷ ହେବା ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି । ବ୍ରହ୍ମପୁର ସ୍ପେଶାଲ ଭିଜିଲାନ୍ସ ଜଜଙ୍କ ୱାରେଣ୍ଟ ବଳରେ ଚାଲିଛି ଚଢାଉ ।

nis-ad
Leave A Reply

Your email address will not be published.