ରୋମରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଇଟାଲୀରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନୀନା ମୋଲହୋତ୍ରା । ୧୦ ଦିନିଆ ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଅନେକ କାର୍ଯ୍ଯକ୍ରମ ରହିଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପ ଫ୍ରାନ୍ସିସଙ୍କୁ ଭେଟିବାର କାର୍ଯ୍ଯକ୍ରମ ରହିଛି ।

ରୋମରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରା ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ପାଛୋଟି ନେଇଛନ୍ତି । ୟୁରୋପରେ ୫ ଦିନିଆ ରହଣୀ କାଳରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ଯକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଖାଦ୍ୟ ସୁରକ୍ଷା ଏବଂ ବିପର୍ଯ୍ଯୟ ପରିଚାଳନାରେ ଓଡ଼ିଶା ହାସଲ କରିଥିବା ସଫଳତା ବାବଦରେ ମୁଖ୍ୟମନ୍ତ୍ରୀ ଜାତିସଂଘର ସ୍ବତନ୍ତ୍ର କାର୍ଯ୍ଯକ୍ରମରେ ଯୋଗଦେଇ ଉଦବୋଧନ ଦେବେ ।

ସେହିପରି, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ଯାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଏହା ସହ ୟୁରୋପ ମହାଦେଶରେ ଅବସ୍ଥାନ କରୁଥିବା ପ୍ରବାସୀ ଓଡ଼ିଆଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ୧୦ଦିନିଆ ବିଦେଶ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

nis-ad
Leave A Reply

Your email address will not be published.