ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ:ୟୁପିଏ ପରେ ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଓଡିଶା ବିଜେପିର ଆଦିବାସୀ ଚେହେରା ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରି ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇଛି। ବିଜେପି ସଂସଦସୀୟ ବୈଠକ ଏହି ନିଷ୍ପତ୍ତି ନିଆଯାଇଛି।

ମଙ୍ଗଳବାର ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ବିଜେପିର ସଂସଦୀୟ ବୈଠକ ବସିଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏଂ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସହ ସଂସଦୀୟ ବୋର୍ଡର ଅନ୍ୟ ସଦସ୍ୟ ବୈଠକରେ ଉପସ୍ଥିତ ରହିଥିଲେ।

ବିଜେପି ପାଖରେ ପ୍ରାୟତଃ ନିର୍ବାଚନ ଜିତିବାକୁ ସଂଖ୍ୟା ଥିବାରୁ ଶ୍ରୀମତୀ ମୁର୍ମୁ ହିଁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଛି। ଯଦି ମୁର୍ମୁ ଜିତନ୍ତି, ତା’ହେଲେ ପ୍ରଥମ ଓଡ଼ିଆ ଭାବେ ସେ ରାଷ୍ଟ୍ରପତି ହେବେ। ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବେ। ଶ୍ରୀମତୀ ମୁର୍ମୁ ଝାରଖଣ୍ଡର ପୂର୍ବତନ ରାଜ୍ୟପାଳ।

nis-ad
Leave A Reply

Your email address will not be published.