ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ରାଜ୍ୟ ପାଇଁ ଗର୍ବର ବିଷୟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଭାବରେ ଘୋଷଣା ହେବା ଆମ ରାଜ୍ୟ ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀମତୀ ମୁର୍ମୁଙ୍କୁ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ନିଜ ଟ୍ୱିଟରେ ଧର୍ମେନ୍ଦ୍ର ଲେଖିଛନ୍ତି ଯେ, ସ୍ୱାଧୀନତ୍ତୋର ଭାରତର ପ୍ରଥମ ଜନଜାତି ମହିଳା ଓ ପ୍ରଥମ ଓଡ଼ିଆ ରାଷ୍ଟ୍ରପତି ଭାବରେ ଶ୍ରୀମତୀ ମୁର୍ମୁଙ୍କୁ ଏହି ଗରିମାମୟ ପଦବୀ ପାଇଁ ପ୍ରାର୍ଥୀ ଭାବରେ ଚୟନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଧନ୍ୟବାଦ ଜଣାଉଛି। ରାଷ୍ଟ୍ରପତି ପଦବୀ ପାଇଁ ଦ୍ରୌପଦୀ ମୁର୍ମୁଙ୍କୁ ଚୟନ କରି ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ଗୌରବାନ୍ୱିତ କରିଛନ୍ତି ।

ଧର୍ମେନ୍ଦ୍ର ତାଙ୍କ ଟ୍ୱିଟ୍‌ରେ ଆହୁରି ଉଲ୍ଲେଖ କରିଛନ୍ତି ଯେ, ଜନଜାତି ପରିବାରୁ ଆସିଥିବା ଶ୍ରୀମତୀ ମୁର୍ମୁ ଜୀବନବ୍ୟାପୀ ଗରିବ ଓ ଅସହାୟଙ୍କ ସେବା କରିଛନ୍ତି। ତାଙ୍କର ପ୍ରଶାସନିକ କ୍ଷେତ୍ରରେ ମଧ୍ୟ ଭଲ ଅଭିଜ୍ଞତା ରହିଛି। ଆମ ଦଳ ତାଙ୍କ ଭଳି ଜଣେ କର୍ମଯୋଗୀ ମହିଳା ଓ ଉଦାର ବ୍ୟକ୍ତିତ୍ୱଙ୍କୁ ରାଷ୍ଟ୍ରପତି ପ୍ରାର୍ଥିନୀ କରିବା ନିଷ୍ପତ୍ତିକୁ ମୁଁ ସ୍ୱାଗତ କରୁଛି। ଶ୍ରୀମତୀ ମୁର୍ମୁଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।

ଅନ୍ୟପଟେ ଗତକାଲି (ମଙ୍ଗଳାବର) ଟ୍ବିଟ କରି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ରୌପଦୀ ମୁର୍ମୁ NDAର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ତାଙ୍କୁ ଅଭିନନ୍ଦନ ଜଣାଇବା ପାଇଁ ରାଇରଙ୍ଗପୁର ବାସଭବନରେ ଶୁଭେଚ୍ଛୁଙ୍କ ଭିଡ଼ ଜମିଛି।

nis-ad
Leave A Reply

Your email address will not be published.