ଆଜି ରାଜ୍ୟରେ ୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ ରୁ ୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୯୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୯୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୪୯୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୩୧୭ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୯୮୧୮୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.