ରାଜ୍ୟରେ ଆଉ ୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ ଜଣ, ପୁରୀ ଜିଲ୍ଲାରୁ ୧, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଓ ଷ୍ଟେଟପୁଲରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୯୧୨୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୧୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୫୫୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୩୯୧ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୦୦୯୪୫୮ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.