ରାଜ୍ୟର ୨୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁୁବନେଶ୍ୱର: ବାୟୁମଣ୍ଡଳରେ ଦୁଇଟି ନିମ୍ନ ଚାପ ରେଖା ସୃଷ୍ଟି ହୋଇଛି । ସେହିପରି ଛଡିଶଗଡ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

ଗଜପତି, ନବରଙ୍ଗପୁର, ଗଞ୍ଜାମ, କୋରାପୁଟ, କନ୍ଧମାଳ, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, କଟକ, ଯାଜପୁର, ଢେଙ୍କାନାଳ, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ରାୟଗଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜୁନ ୧୬ରେ ମୌସୁମୀ ଛୁଇଁବା ପରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ସାଧାରଣତଃ ମେଘୁଆ ରହିଛି । ତେବେ ଆଜି ଠାରୁ ୨୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହିତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

nis-ad
Leave A Reply

Your email address will not be published.