ଆଜି ରାଜ୍ୟରେ ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୩ ଅଙ୍କ ଛୁଇଁଲା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୫ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ରୁ ୧୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୮୯୪୪୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୪୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୭୪୫ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୧୭ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୦୫୫୭୮୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.