ରାଜ୍ୟର ୧୪ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏହାସହିତ ବର୍ଷା ହେବା ନେଇ ରାଜ୍ୟର ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଦକ୍ଷିଣ ଅଭ୍ୟନ୍ତରୀଣ ଓଡିଶା ଗଜପତି, ଗଞ୍ଜାମ ଏବଂ ଓଡିଶାର ବାକି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

nis-ad
Leave A Reply

Your email address will not be published.