ରାଜ୍ୟରେ ଆଉ ୧୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡାରୁ ଜଣେ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ ରୁ ୧୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୯୬୦୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୬୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୭୯୪ଜଣ ସୁସ୍ଥ ହୋଇଛନ୍ତି । ଆଉ ୬୨୯ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୦୬୯୧୦୧ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.