୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି । ମୌସୁମୀ ବର୍ଷାରେ ଭିଜୁଛି ସାରା ଓଡିଶା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଅଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ, ନୂଆପଡା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ହେଲେ ଅନ୍ୟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

nis-ad
Leave A Reply

Your email address will not be published.