ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ, ଖବର ସଂଗ୍ରହ ପାଇଁ ଯାଉଥିଲେ ପୁରୀ

ପୁରୀ: ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ହୋଇଛି। ରଥଯାତ୍ରାର ଖବର ସଂଗ୍ରହ ପାଇଁ ପୁରୀ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏନେଇ ସାମ୍ବାଦିକ ଜଗତରେ ଶୋକପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଥିବା ଟୁଇଟ କରି କହିଛନ୍ତି ।

ତେବେ ରଥଯାତ୍ରାରେ ଫଟୋ ଉଠାଇବା ପାଇଁ ଭୁବନେଶ୍ଵରରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ପୁରୀ ସାତଶଙ୍ଖ ନିକଟରେ ଦୁର୍ଘଟଣା ଘଟି ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା। ସେ ‘ସମୟ’ ଖବର କାଗଜରେ ଫଟୋଗ୍ରାଫର ଭାବେ କାର୍ଯ୍ୟରତ ଥିଲେ। ମୃତ୍ୟୁ ବେଳକୁ ଅଶୋକ ପଣ୍ଡାଙ୍କ ବେକରେ ରଥଯାତ୍ରାର ଏକ କର୍ଡନ ପାସ୍ ଝୁଲି ରହିଛି। ଏହି ଚିତ୍ର ସମସ୍ତଙ୍କୁ ବ୍ୟଥିତ କରିଛି।

ସାତଶଙ୍ଖ ନିକଟରେ ତାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେବାପରେ ସେଠାରୁ ତାଙ୍କୁ ରାଜଧାନୀର କ୍ୟାପିଟାଲ୍ ହସ୍ପିଟାଲକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୈନିକ ଖବରକାଗଜ ‘ସମୟ’ ସହ ଦୀର୍ଘ ଦିନ ଧରି ଜଡ଼ିତ ଥିଲେ। ଏହାଛଡ଼ା ସେ କେତେକ ଜାତୀୟ ସମ୍ବାଦପତ୍ରରେ ବି କାର୍ଯ୍ୟ କରିଥିଲେ।ପୋଷ୍ଟମର୍ଟମ ପରେ ତାଙ୍କ ମରଶରୀରକୁ ଦୈନିକ ଖବର କାଗଜ ‘ସମୟ’ କାର୍ଯ୍ୟାଳୟରେ ରଖାଯାଇ ଶ୍ରଦ୍ଧାଞ୍ଜଳି ଦିଆଯିବା ପରେ ସତ୍ୟ ନଗର ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ଅଶୋକ ପଣ୍ଡାଙ୍କ ବିୟୋଗରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି ।

nis-ad
Leave A Reply

Your email address will not be published.