ରାଜ୍ୟରେ ଆଉ ୨୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୩ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୩୫ ଜଣ, ଦେବଗଡ଼ରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ ଓ ଷ୍ଟେଟପୁଲ ରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୯୦୧୯୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୧୯୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୯୭୮ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୦୩୫ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସଦାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୧୧୧୧୦୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.