ଲଘୁଚାପ କ୍ଷେତ୍ର ସୃଷ୍ଟି, ୪ରୁ୫ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ବଙ୍ଗଳାଦେଶ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଗୋଟିଏ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ୪ରୁ୫ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୭ରୁ୧୧ ସେମି ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ଆଉ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ଏବଂ ଏସବୁ ସ୍ଥାନରେ ୧୧ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷିବ। ପ୍ରବଳ ବର୍ଷା ଚାଷ ପାଇଁ ଉପଯୋଗୀ ହେଲେ ବି କିଛି ସ୍ଥାନରେ ଜଳମଗ୍ନ ଆଶଙ୍କା ରହିଛି। ପ୍ରବଳ ବର୍ଷା ପାଇଁ କିଛି ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ବେହାର ଆଶଙ୍କା ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ୨୪ ଜିଲାକୁ ୟେଲୋ ୱାର୍ଣ୍ଣିଂ, ଅତିପ୍ରବଳ ବର୍ଷା ଏବଂ ପରବର୍ତ୍ତି ୨୪ଘଣ୍ଟା ପର୍ଯ୍ୟନ୍ତ ଆଉ ୮ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଆସନ୍ତା ୪ରେ ପ୍ରବଳ ବର୍ଷା ହେବ ଏବଂ ଏଥିପାଇଁ ୧୪ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

nis-ad
Leave A Reply

Your email address will not be published.