ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬କୋଟି ମଞ୍ଜୁର

ଭୁବନେଶ୍ବର: ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଆହୁରି ସୁଦୃଢ଼ ହେବ । ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟ ସ୍ଥଳୀଗୁଡ଼ିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛି। ତେଣୁ ୫୫ଟି ନୂଆ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬ କୋଟି ଟଙ୍କା ମଞ୍ଜୁର ହୋଇଛି ।

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୋଟ ୯୮ କୋଟି ଟଙ୍କା ବ୍ୟୟରେ ୫୫ଟି ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଉଛି । ଗତ ଏପ୍ରିଲ ମାସରେ ପ୍ରଥମ ପର୍ଯ୍ୟାୟରେ ୨୯କୋଟି ୩୬ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ । ଏହି କାର୍ଯ୍ୟକୁ ତ୍ୱରାନୱିତ କରିବାକୁ ଦ୍ୱିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୨୯କୋଟି ୩୬ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଏହା ସହିତ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

nis-ad
Leave A Reply

Your email address will not be published.