ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ନେଇ ନରସିଂହଙ୍କୁ ଭେଟିଲେ ବିଜେଡି ସାଙ୍ଗଠନିକ ସଂପାଦକ

ଭୁବନେଶ୍ୱର: ମାଟିର ଝିଅକୁ ଜିତାଇବାକୁ ଅଣ୍ଟାଭିଡିଲା ବିଜେଡି । ଦଳମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ ବିଧାୟକ ଓ ସାଂସଦ ଓଡ଼ିଶା ମାଟିର ଝିଅ ତଥା ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଯେଭଳି ଭୋଟ ଦିଅନ୍ତି ସେ ନେଇ ଅଭିଯାନ ଆରମ୍ଭ କରିଛି ବିଜୁ ଜନତା ଦଳ । ସ୍ୱୟଂ ମୁଖ୍ୟମନ୍ତ୍ରୀ ଏହି ଅଭିଯାନର ମଙ୍ଗ ଧରିଛନ୍ତି ।

ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସହ କଥା ହୋଇଛନ୍ତି । ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଆଜି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ନରସିଂହଙ୍କୁ ଭେଟି ଆଲୋଚନା କରିଛନ୍ତି ।

ବିଜେଡିର ବରିଷ୍ଠ ଉପସଭାପତି ଏବଂ ମନ୍ତ୍ରୀଙ୍କୁ କଂଗ୍ରେସର ବିଧାୟକ ଏବଂ ପିସିସି ସଭାପତିଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସିପିଆଇଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ମଧ୍ୟ ଦଳର ନେତା ଭେଟିବେ । ଦଳମତ ନିର୍ବିଶେଷରେ ଦ୍ରୌପଦୀ ମୁର୍ମୁଙ୍କୁ ସମସ୍ତେ ଭୋଟ ଦେବେ ସେନେଇ ବିଜେଡି ଉଦ୍ୟମ କରୁଛି । ଏହାସହ କଂଗ୍ରେସ ବିଧାୟକ, ବଣାଇ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ବୁଝାଇବାକୁ ନବୀନ ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି । ପିସିସି ସଭାପତିଙ୍କୁ ବି ବୁଝାଇବା ପାଇଁ ନବୀନ ଦଳୀୟ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି । ଓଡିଶା କଂଗ୍ରେସର ୯ ବିଧାୟକ ଦ୍ରୌପଦୀଙ୍କୁ ଭୋଟ ଦେବାକୁ ଅନୁରୋଧ କରିଛନ୍ତି ।

nis-ad
Leave A Reply

Your email address will not be published.