ଓଡ଼ିଶା ଆସୁଛନ୍ତି ଯଶଓ୍ୱନ୍ତ ସିହ୍ନା

ଭୁବନେଶ୍ୱର: ପାଖେଇ ଆସୁଛି ରାଷ୍ଟ୍ରପତି ନିର୍ବାଚନ । ଆସନ୍ତା ଜୁଲାଇ ୧୮ରେ ହେବ ରାଷ୍ଟ୍ରପତି ନିର୍ବାଚନ । ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଓଡ଼ିଶା ଆସିବେ ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ୱନ୍ତ ସିହ୍ନା । ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିବାକୁ ଥିବା ଭୋଟରଙ୍କୁ ଭେଟି ନିଜ ସପକ୍ଷରେ ମତ ଦେବା ପାଇଁ ଅନୁରୋଧ କରିବେ ଯଶଓ୍ୱନ୍ତ ସିହ୍ନା ।

ସେପଟେ ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିଜେଡିର ସାଂସଦ ଏବଂ ବିଧାୟକମାନଙ୍କୁ ଭେଟି ସମର୍ଥନ ମାଗିବେ ଦ୍ରୌପଦୀ । ଏଥିପାଇଁ ବିଜେଡିର ସମସ୍ତ ସାଂସଦ ଓ ବିଧାୟକମାନଙ୍କୁ ନେଇ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । 

nis-ad
Leave A Reply

Your email address will not be published.