ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ମୃତ ୨ ଗୁରୁତର

ଅନୁଗୁଳ: ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍। ଅନୁଗୁଳ କୁଇଓ ପେଟ୍ରୋଲ ପମ୍ପ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଅନନ୍ତବେରିଣୀ ଗାଁର ସଚିନ ନାୟକ।

ସୂଚନାନୁଯାୟୀ, ଗୁରୁତର ୨ ଜଣଙ୍କୁ ଉଦ୍ଧାର କରାଯାଇ ଅନୁଗୁଳ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କର ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

nis-ad
Leave A Reply

Your email address will not be published.