ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାହୁଡ଼ା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ, ଅପରାହ୍ନ ୪ ଟାରେ ରଥ ଟଣା

ପୁରୀ: ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଛି ନୀତି ନିର୍ଘଣ୍ଟ । ଶନିବାର ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।‌ ୭୫ପ୍ଲାଟୁନ ପୋଲିସ ଫୋର୍ସ ସହ ୧୦୦୦ ପୋଲିସ ଅଧିକାରୀ ମୁତୟନ ରହିବେ ।

ଶନିବାର ଭୋର ୪ ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି,‌ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ଵାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫ଟା ୪୫ରୁ ୬ଟା ୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧ଟା ୩୦ ସେନାପଟା ଲାଗି, ୧୧ଟା ୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟାରୁ ୨ଟା ୩୦ମଧ୍ୟରେ ବେଶ ଶେଷ, ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ଛେରାପହଁରା, ଅପରାହ୍ନ ୩ ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ୪ ଟାରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି।

nis-ad
Leave A Reply

Your email address will not be published.