ରାଜ୍ୟରେ ଆଜି ୫୭୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଆଜି ରାଜ୍ୟରେ ଦୈନିକ ସଂକ୍ରମଣ ୫ ଶହ ଟପିସାରିଲାଣି । ଗତ ୨୪ ଘଣ୍ଟାରେ ୫୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୨୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୬୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୩୫୦୪ ଜଣଙ୍କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ଅନୁଗୁଳରୁ ୧, ବାଲେଶ୍ୱରରୁ ୧୬, ବରଗଡରୁ ୨, ଭଦ୍ରକରୁ ୬, ବଲାଙ୍ଗୀରରୁ ୨, ବୌଦ୍ଧରୁ ୧, କଟକରୁ ୧୧୮, ଦେବଗଡରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୮, ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୫, କେନ୍ଦ୍ରାପଡାରୁ ୩, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୨୦୪, କୋରାପୁଟରୁ ୩, ମୟୂରଭଞ୍ଜରୁ ୧୭,ନବରଙ୍ଗପୁରରୁ ୧, ନୟାଗଡରୁ ୨, ନୂଆପଡାରୁ ୫, ପୁରୀରୁ ୩୭, ରାୟଗଡାରୁ ୨, ସମ୍ବଲପୁରରୁ ୬, ସୋନପୁରରୁ ୨୦, ସୁନ୍ଦରଗଡରୁ ୪୨ ଓ ଷ୍ଟେଟ ପୁଲରୁ ୪୫ ଜଣ ରହିଛନ୍ତି ।

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୩୫୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୧୨୯୮ଜଣ ସୁସ୍ଥ ହୋଇଛନ୍ତି ।

nis-ad
Leave A Reply

Your email address will not be published.