ଆଜି ରାଜ୍ୟରେ ୫୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର:ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୩୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୯ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୪ ଜଣ, ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୬୮ ଜଣ, ଦେବଗଡ଼ରରୁ ୨ ଜଣ, ଗଜପତିରୁ ୮ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୯, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୫ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୪୧ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୬୩ ଜଣ ଓ ଷ୍ଟେଟପୁଲରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୪୦୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୪୦୭୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୧୫୩୭ଜଣ ସୁସ୍ଥ ହୋଇଛନ୍ତି । ଆଉ ୩୩୬୦ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୨୪୩୧୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.