ଉମରକୋଟ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର

ନବରଙ୍ଗପୁର (୧୧/୭) : ଉମରକୋଟ ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭାଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୨୯ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ଚାରି ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ ବଳକା ୨୫ ଗୋଟି ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ଥିଲା । ସେଥିମଧ୍ୟରୁ ଜମିଜମା, ବାର୍ଦ୍ଧକ୍ୟ ଭତ୍ତା, ପଡି କାର୍ଡ, ଛାତ୍ରଛାତ୍ରୀ ଙ୍କୁ ବିଦ୍ୟାଳୟ ଓ ହଷ୍ଟେଲ ରେ ନାମ ଲେଖା , ନିଯୁକ୍ତି, ଚାଷ ପାଇଁ ଆବଶ୍ୟକ ସାର ଯୋଗାଣ, ଜଳକର ଛାଡ଼,ଏବଂ ଉଚ୍ଚ ଶିକ୍ଷା ପାଇଁ ସରକାରୀ ଆର୍ଥିକ ସହାୟତା ପ୍ରଦାନ ଇତ୍ୟାଦି ସଂକ୍ରାନ୍ତୀୟ ଅଭିଯୋଗ ର ଶୁଣାଣି ହୋଇଥିଲା। ଲୋକଙ୍କ ଅଭିଯୋଗ ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ। ଏଥି ସହିତ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଉପସ୍ଥିତ ଥିବା ଦିବ୍ୟାଙ୍ଗ ମାନଙ୍କୁ ଗୋଟିଏ ହଳ ଆଶା ବାଡ଼ି, ଦୁଇଟି ଅନ୍ଧ ବାଡ଼ି, ଚାରି ଟି ତିନି ଚକିଆ ସାଇକଲ, ପନ୍ଦର ଟି ଚକ ଲଗା ଚୌକି ଏବଂ ଜିଲ୍ଲା ରେଡକ୍ରସ ସୋସାଇଟି ତରଫରୁ ସାଠୀଏ ଟି ସ୍ୱଚ୍ଛତା କୀଟ ଜିଲ୍ଲାପାଳ ଡକ୍ଟର ମିଶ୍ର ଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଙ୍କ ବ୍ୟତୀତ ଆରକ୍ଷୀ ଅଧୀକ୍ଷକ ଏସ୍ ସୁଶ୍ରୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରତ୍ନାକର ସାହୁ, ଉମରକୋଟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ହିମାଞ୍ଚଳ ମାଝୀ, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଉମରକୋଟ ତହସିଲଦାର ଏନ ଜଗଜୀବନ ଚୌଧୁରୀଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଅଧିକାରୀ ଉପସ୍ଥିତ ଥିଲେ।

nis-ad
Leave A Reply

Your email address will not be published.