ଆଉ ଏକ ଲଘୁଚାପ ସମ୍ଭାବନା, ପ୍ରଭାବରେ ୧୪ରୁ ବଢିବ ବର୍ଷା

ଭୁବନେଶ୍ୱର: ୩୬ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ସେହିପରି ବର୍ତ୍ତମାନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ ରହିଛି । ଏହି ଲଘୁଚାପ ବଳୟର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଉତ୍ତର ଓଡିଶା ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ସେପଟେ ଆସନ୍ତା ୧୪ ଓ ୧୫ ତାରିଖ ଦୁଇ ଦିନ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୪ ତାରିଖରେ ଯାଜପୁର, ଭଦ୍ରକ, କେନ୍ଦୁଝର, ସୁନ୍ଦରଗଡ ଓ ବରଗଡରେ ଅଧିକ ବର୍ଷା ହେବ । ୧୫ ତାରିଖରେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

nis-ad
Leave A Reply

Your email address will not be published.