ବଲାଙ୍ଗୀର-ସୋନପୁର ଦୁର୍ଘଟଣା: ୩ ଜଣଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୨ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର : ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ନିକଟତମ ପରିଜନଙ୍କୁ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଆଜି ସକାଳୁ ସକାଳୁ ଏକ ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ବଡ଼ବାହାଲି ଛକଠାରେ ଛିଡ଼ା ହୋଇଥିବା ଗୋଟିଏ ଅଟୋ ଏବଂ ବାଇକକୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍ ଧକ୍କା ଦେଇଥିଲା। ଫଳରେ ଅଟୋରେ ବସିଥିବା ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ନିମନ୍ତେ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

nis-ad
Leave A Reply

Your email address will not be published.