ରାଜ୍ୟରେ ଆଉ ୫୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୧୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୨ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୦ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୯ଜଣ, ଷ୍ଟେଟ ପୁଲ୍ ରୁ ୪୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୯୪୫୮୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ଭୁବନେଶ୍ୱରର ଜଣେ ୭୮ ବର୍ଷ ବୟସ୍କ ପୁରୁଷ ବୋଲି ସୂଚନା ଦିଆଯାଇଛି । କିଛି ଦିନ ଧରି କରୋନା ଜନିତ ମୃତ୍ୟୁ ସଂଖ୍ୟା ସ୍ତିର ରହିଥିବାବେଳେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୪୫୮୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୧୮୬୬ଜଣ ସୁସ୍ଥ ହୋଇଛନ୍ତି । ଆଉ ୩୫୩୯ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୨୫୭୭୭୮ସାମ୍ପୁଲ ଟେଷ୍ଟ୍ ହୋଇଛି ।